ଜାତୀୟତାଜା ଖବର

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ମୁକେଶ ମହାଲିଙ୍ଗ

ବାରିପଦା() ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ମୟୂରଭଞ୍ଜ ଯିବାବେଳେ ଦୁର୍ଘଟଣା ହୋଇଥିବାବେଳେ ସେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଆସନ୍ତାକାଲି ମୟୂରଭଞ୍ଜ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏନେଇ ମୟୂରଭଞ୍ଜ ଗସ୍ତ କରୁଥିବାବେଳେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ କାର୍ ଦୁର୍ଘଟଣାଗ୍ରସ୍ତ ହୋଇଛି । କେନ୍ଦୁଝର ତେଲକୋଇ ୪୯ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା । ପାଇଲଟ୍ ଗାଡ଼ିକୁ ପଛରୁ ପିଟିଲା ମନ୍ତ୍ରୀଙ୍କ କାର୍ । ଏକ ବଡ଼ ଅଘଟଣରୁ ଅଳ୍ପକେ ବର୍ତ୍ତିଲେ ସ୍ବାସ୍ଥ୍ୟମନ୍ତ୍ରୀ। ପାଇଲଟ୍ ଗାଡ଼ି ହଠାତ୍ ବ୍ରେକ୍ ମାରି ଦେଇଥିବାବେଳେ ଏହି ଦୁର୍ଘଟଣା ହୋଇଥିବା ସୂଚନା ମିଳିଛି । ତେବେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୁରକ୍ଷିତ ଥିବା ଜଣାପଡିଛି ।

Leave a Reply

Your email address will not be published. Required fields are marked *