ତାଜା ଖବରରାଜ୍ୟ

ଜୁନ ୧ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି

ଭୁବନେଶ୍ବର, ୨୯|୫: ଆସନ୍ତା ଜୁନ ୧ ତାରିଖ ସୋମବାର ସକାଳ ୮ଟାରେ ୟୁନିଟ ୨ ଅଶୋକ ନଗର ସ୍ଥିତ ଏକ ସରକାରୀ ପ୍ରାଥମିକ ବିଦ୍ୟାଳୟଠାରେ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ଏପ୍ରିଲ ୨୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ଅଭିଯୋଗ ଦାଖଲ କରିବା ପାଇଁ ଯେଉଁମାନେ ପୂର୍ବରୁ ପଞ୍ଜୀକରଣ କରିଥିଲେ, ଏହି ଶୁଣାଣି କେବଳ ସେମାନଙ୍କ ପାଇଁ ଉଦ୍ଦିଷ୍ଟ ବୋଲି କୁହାଯାଇଛି। ଏପ୍ରିଲ ୨୭ ପୂର୍ବରୁ ପଞ୍ଜୀକରଣ କରିଥିବା ଆବେଦନକାରୀ ସେମାନଙ୍କ ପ୍ରାପ୍ତି ସ୍ବୀକାର ପତ୍ର, ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜ ଅଭିଯୋଗ ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜ ଅଭିଯୋଗ ଜଣାଇପାରିବ।

Leave a Reply

Your email address will not be published. Required fields are marked *